ମେଷ : ସୁସ୍ଥ ଓ ନିରୋଗ ଶରୀରଯୁକ୍ତ ହେବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି। ବନ୍ଧୁ ମିଳନ ହେବେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଚକ୍ଷୁ ଯନ୍ତ୍ରଣା ଉପସମ ପାଇଁ ଖର୍ଚ୍ଚାନ୍ତ ହେବେ।
ବୃଷ : ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ। କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ଧାର୍ମିକ ହେବେ।
ମିଥୁନ : ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ଓ ସୁଖୀ ହେବେ। ସ୍ୱାସ୍ଥ୍ୟ ଅତୁଟ ରହିବ। କୃଷି କର୍ମରୁ ଲାଭବାନ୍ ହେବେ। ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ବୁଦ୍ଧିମାନ୍ ହେବେ। ଯାନବାହନ ସୁଖ ମିଳିପାରେ।
କର୍କଟ : ଆସ୍ତିକ ପ୍ରବୃତିର ହେବେ। ମଧୁର ଭାଷୀ ହୋଇପାରନ୍ତି। ଥଣ୍ଡା କଫଜନିତ ସାମାନ୍ୟ କ୍ଲେଶ ଉପୁଜିପାରେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ମନ ପ୍ରସନ୍ନ ରହିବ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ।
ସିଂହ : ମଧୁରଭାଷୀ ଓ ସହନଶୀଳ ହେବେ। ଶାନ୍ତିପ୍ରିୟ ହୋଇପାରନ୍ତି। ବିଦ୍ୟାପ୍ରେମୀ ହେବେ। ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟରୁ ଅଧିକ ଧନଲାଭ ହେବ।
କନ୍ୟା : ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ମୋକଦ୍ଦମା ଖର୍ଚ୍ଚ ମିଳିପାରେ। ବନ୍ଧୁମାନଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ। ସୁସ୍ଥ ଓ ନିରାମୟ ରହିବେ। ଧନ ସମ୍ପଦ ଭରପୂର ରହିବ। ସୁସ୍ୱାଦୁ ଭୋଜନ ମିଳିବ।
ତୁଳା : ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତରେ କିଛି ସମୟ ବିତାଇ ପାରନ୍ତି।ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ମଧୁର କଥା କହି ପରକୁ ଆପଣାର କରିପାରନ୍ତି।
ବିଛା : ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ।ଆୟ ବୃଦ୍ଧିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ତନ୍ତ୍ର ମନ୍ତ୍ରାଦି ଓ ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ।
ଧନୁ : ମନ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ଶରୀର ସୁସ୍ଥ ରହିବ। କୁଳ ପ୍ରଦୀପ ହେବେ। ପରିବାର ପ୍ରତି ସ୍ନେହଭାବ ରହିବ। ସରକାରୀ କୃପା ଲାଭ କରିବେ।
ମକର : ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଉଦ୍ୟୋଗୀ ହେବେ।ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମନରେ ଉଦ୍ବେଗ ଜାତ ହେବ।
କୁମ୍ଭ : ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚାନ୍ତ ଯୋଗ ଅଛି। ଧର୍ମକାର୍ଯ୍ୟରେ ମନୋନିବେଶ କରିପାରନ୍ତି। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟରୁ ଲାଭବାନ୍ ହୋଇପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।
ମୀନ : ଜିତେନ୍ଦ୍ରୀୟ ହେବେ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ସ୍ୱକର୍ମ ପାଇଁ ମନରେ ଗର୍ବଭାବ ଉଦ୍ରେକ ହୋଇପାରେ।ସୁଖ ସନ୍ତୋଷ ମିଳିବ। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ଅଧୀନ ହେବେ।
Comments are closed.