ମେଷ : ସ୍ୱାଭିମାନୀ ହେବେ। ବ୍ୟବସାୟ ଲାଭଜନକ ହେବ। ଈର୍ଷାପରାୟଣ ହୋଇପାରନ୍ତି।ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଆବଶ୍ୟକ ଠାରୁ କମ୍ ଅର୍ଥ ମିଳିବ। ଉଚ୍ଚସ୍ଥାନ ଆରୋହଣ ମନା ।
ବୃଷ: ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ନିଜର ଦକ୍ଷତା ପାଇଁ ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶ ପ୍ରଗତିର ବାହକ ହେବ। ସୁଖ ସମ୍ମାନ ଲାଭ କରିବେ। ବ୍ୟବସାୟ ଲାଭଜନକ ହେବ।
ମିଥୁନ: ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ପଡ଼ୋଶୀଙ୍କ ସହିତ ସଂପର୍କ ଦୃଢ଼ ହେବ। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟ ଭାଜନ ହେବେ। ମାନସିକ ସ୍ତରରେ ଦୁର୍ବଳତା ଅନୁଭବ କରିପାରନ୍ତି।
କର୍କଟ: ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ତନ୍ତ୍ର ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ। ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। କର୍ମଚଞ୍ଚଳ ରହିବେ।ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।
ସିଂହ: ଦାନ ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କାର୍ଯ୍ୟରେ ସଫଳତା ଲାଭ କରିବେ। ଉଦାର ପ୍ରକୃତିର ହୋଇପାରନ୍ତି। କୃଷିକ୍ଷେତରୁ ଲାଭ ମିଳିବ। ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି।
କନ୍ୟା: ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି।କାର୍ଯ୍ୟ ହାସଲ ପାଇଁ କଳ, କୌଶଳ ଚିନ୍ତା କରିପାରନ୍ତି। ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ।
ତୁଳା: ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଭାଗ୍ୟଶାଳୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟ ଭଲରେ ଚାଲିବ।
ବିଛା: ମୋକଦ୍ଦମାରେ ବିଜୟୀ ହେବା ସହିତ ଧନପ୍ରାପ୍ତିର ସୂଚନା ମିଳୁଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ମନ ପ୍ରସନ୍ନ ରହିବ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ଯୁଦ୍ଧକ୍ଷେତ୍ରରେ ପାରଙ୍ଗମ ହେବେ। ଚିନ୍ତାଧାରା ଉନ୍ନତମାନର ହେବ। ନୂଆବନ୍ଧୁ ଜୁଟିବେ।
ଧନୁ: କର୍ମଚଞ୍ଚଳ ରହିବେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ସମ୍ମାନିତ ହୋଇପାରନ୍ତି। ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ମଧୁରଭାଷୀ ହେବେ। ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପରକୁ ଆପଣାର କରିପାରନ୍ତି।
ମକର: ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଆୟ ବୃଦ୍ଧିର ସୂଚନା ମିଳୁଛି। କର୍ମଚଞ୍ଚଳ ରହିବେ। ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ।
କୁମ୍ଭ: ପରିଶ୍ରମ ଫଳ ଦାୟକ ହେବ। କୁଳ ପ୍ରଦୀପ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଶ୍ରମକାତର ନ ହୋଇ କାର୍ଯ୍ୟ କରି ଚାଲିବେ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ପ୍ରକୃତିର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ।
ମୀନ: ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଉଦ୍ୟୋଗୀ ହେବେ। ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଗୃହକର୍ମରେ ନିପୁଣା ପତ୍ନୀଙ୍କ ଭାବାବେଗ ବୁଝି ପାରିବେ।
Comments are closed.