ଆଜିର ରାଶିଫଳ (ଶନିବାର)

ତା : ୪ / ୧୨ / ୨୦୨୧

ମେଷ: ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ସୁସ୍ଥ ନିରାମୟ ଜୀବନ ଯାପନ କରିପାରନ୍ତି। ଯଶସ୍ୱୀ ହେବେ।ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ବୃଷ: ସୁସ୍ଥ ଓ ନିରାମୟ ରହିବ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଚେଷ୍ଟା ଫଳବତୀ ହେବ। ମନ ପ୍ରସନ୍ନ ରହିବ। କୁଳ ଉଦ୍ଧାରକାରୀ ହେବେ। ଯଶସ୍ୱୀ ହେବେ। ପରିବାରଙ୍କ ଉପରେ ସ୍ନେହଭାବ ରହିବ।

ମିଥୁନ: ବହୁ ସୁଖର ଅଧିକାରୀ ହୋଇପାରନ୍ତି। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। କୃତୀ ପ୍ରତିଯୋଗୀ ହେବେ।

କର୍କଟ: ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ସୁଖ ପାଇବା କଷ୍ଟସାଧ୍ୟ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ।

ସିଂହ: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରି ମନରେ ଅହଂଭାବ ପୋଷଣ କରିପାରନ୍ତି। ମନ ପ୍ରସନ୍ନ ରହିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

କନ୍ୟା: ଚାକିରିରେ ସୁନାମ ଅର୍ଜନ କରିବେ। ଶତ୍ରୁ ଉପରେ ଆକ୍ରମଣ କରିବେ ଓ ବିଜୟୀ ହୋଇ ମାନସିକ ଶାନ୍ତି ଫେରି ପାଇବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସୁସ୍ଥ ରହିବେ। ବଳିଷ୍ଠ ହେବେ। ଶତ୍ରୁ ଦମନ କରି ମାନସିକ ଶାନ୍ତି ଫେରିପାଇବେ।

ତୁଳା: ଆକସ୍ମିକ ଧନଲାଭ ହୋଇପାରେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ।ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। କର୍ମଚଞ୍ଚଳ ରହିବେ। ବ୍ୟବସାୟ ଭଲରେ ଚାଲିବ।

ବିଛା: ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। କୃଷିକ୍ଷେତରୁ ଲାଭ ପାଇବେ। ପ୍ରେମୀ ଓ ବୁଦ୍ଧିମାନ୍‍ ହୋଇପାରନ୍ତି। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

ଧନୁ: ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। କାର୍ଯ୍ୟରେ ଅପୂର୍ବ ସଫଳତା ମିଳିବ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃସ୍ନେହୀ ହେବେ।

ମକର: ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଆଶାବାଦୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ମିତ୍ରଠାରୁ ସାହାଯ୍ୟ ମିଳିବ। ବ୍ୟବସାୟରୁ ଅଧିକ ଧନଲାଭ ହେବ।

କୁମ୍ଭ: ଐଶ୍ୱର୍ଯ୍ୟଯୁକ୍ତ ହେବେ। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭର ସୂଚନା ମିଳୁଛି। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଚିନ୍ତାଶୀଳ ହୋଇପାରନ୍ତି।

ମୀନ: କର୍ମଚଞ୍ଚଳ ରହିବେ। ନିରୋଳା ସ୍ଥାନରେ କିଛି ସମୟ ବିତାଇବାକୁ ଇଚ୍ଛା ପ୍ରକାଶ କରିବେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ଥଣ୍ଡା କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।

Comments are closed.