ମେଷ : ଆଜି ଆପଣ ହସିଲେ କଥା କହିବେ ଓ ପାରିବାରିକ ସ୍ଥିତି ଭଲ ରହିବ । ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି । ଏକ ନିର୍ଦ୍ଦିଷ୍ଟ କାମ ସକାଶେ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ ।ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ବୃଷ : ଟେନ୍ସନ ଅବଶ୍ୟ ଲାଗି ରହିବ, ତଥାପି ସାଧାରଣ କଥାରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ବ୍ୟବସାୟ କ୍ଷେତ୍ର ଶନିଙ୍କ ପ୍ରଭାବରେ ଧିମେଇ ଚାଲିବ । ବିଭିନ୍ନ ପ୍ରକାର କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ମିଥୁନ : ସାଧାରଣ କଥାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ବୃଦ୍ଧି ପାଇବ । ସଂଗଠନ, ରାଜନୀତି କିମ୍ବା ଆନୁଷ୍ଠାନିକ କାମରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ମୃଗଶିରା ନକ୍ଷତ୍ର ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ ।ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
କର୍କଟ : ଆତ୍ମିୟଙ୍କ ସାହାର୍ଯ୍ୟରେ ସମସ୍ୟା ସମାଧାନ କଷ୍ଟ ହୋଇପାରେ । ପରିବାରରେ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ସମ୍ପୂର୍ଣ୍ଣ ହେବ ନାହିଁ । ବୃଦ୍ଧ ମାତାପିତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଘଟିବ ।ଶୁଭ ରଙ୍ଗୟେଲୋ । ଶୁଭ ଅଙ୍କ ୯ ।
ସିଂହ : କର୍ମକ୍ଷେତ୍ରରେ ଫାଇଲ୍ କାମରେ ବ୍ୟସ୍ତ ରହିବେ । ଆଗାମୀ ମାଙ୍ଗଳିକ କାମ ପରିପ୍ରେକ୍ଷୀରେ ବିଭିନ୍ନ ଘରୋଇ ସମସ୍ୟା ମଧ୍ୟରେ ମନ ଅଶାନ୍ତି ରହିବ । ଯାତ୍ରା ସମୟରେ ସତର୍କତା ଅବଲମ୍ବନ ନ କଲେ ବିବାଦ ଘେରରେ ପଡିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
କନ୍ୟା : ଯେତେ ଭଲ କାମ କଲେ ମଧ୍ୟ ଏଣେ ଘରୁ ତେଣେ କର୍ମକ୍ଷେତ୍ରରୁ ଅଭିଯୋଗ ଆସିପାରେ । ଆକସ୍ମିକ ଦୁର୍ବଳତା ଯୋଗୁ ବ୍ୟସ୍ତତା ବୃଦ୍ଧି ପାଇବ । ବକେୟା ଆଦାୟକୁ କେନ୍ଦ୍ର କରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ତୁଳା : ଭୁଲ୍ ବୁଝାମଣାରେ ନିକଟସ୍ଥ ବ୍ୟକ୍ତି ବିଶେଷଙ୍କ ଆପଣଙ୍କ ପ୍ରତି ଥିବା ମନୋଭାବ ବଦଳିଯିବ । କଚେରି ମାମଲା କ୍ଷେତ୍ରରେ ସମସ୍ୟା ସମାଧାନ ହେବାର ସମ୍ଭାବନା ରହିଛି । ପୂର୍ବରୁ କଳହ ଲାଗିଥିବା ସହକର୍ମୀ ପ୍ରତି ସତର୍କ ରୁହନ୍ତୁ । ଶୁଭ ରଙ୍ଗ କ୍ରୀମ୍ ।ଶୁଭ ଅଙ୍କ ୪ ।
ବିଛା : ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା କାରଣରୁ ମନୋବଳ କ୍ରମଶଃ ହ୍ରାସ ପାଇବ । ତଥାପି ଆପଣ ମନ ବୁଝିଲା ଭଳି କଥା କହି ପାଖ ପଡୋଶୀଙ୍କୁ ଆପଣେଇ ନେବେ । ସକାଳ ସମୟରେ ଶୁଣାକଥାକୁ ବିଶ୍ୱାସ କରି ଟେନ୍ସନ ବଢିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ୭ ।
ଧନୁ : ଆପଣଙ୍କ ପରିସ୍ଥିତି ପ୍ରତି ସହାନୁଭୂତି ଦେଖାଇ ବନ୍ଧୁ ସାହାର୍ଯ୍ୟ ର ପ୍ରତିଶ୍ରୁତି ଦେବେ । ଚେଷ୍ଟା କରୁଥିବା ଯୋଜନାଟିକୁ କାର୍ଯ୍ୟକାରି କରିବେ । ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ବିପଦ ଘଟିବାର ସମ୍ଭାବନା ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ମକର : ଦୀର୍ଘ ଦିନରୁ ଭିତରେ ଭିତରେ କୁହୁଳୁଥିବା ଅଶାନ୍ତି ହଠାତ୍ ପରିବେଶକୁ ବଦଳାଇ ଦେବ । ଦୀର୍ଘ ଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ । ଆବଶ୍ୟକତା ପୂରଣ ସକାଶେ ଧାର କରଜ କରି କାମ ତୁଲାଇ ନେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
କୁମ୍ଭ : ଆଜିର ସକାଳୁଆ ଯାତ୍ରା ଆନନ୍ଦଦାୟକ ହେବ । ତଥାପି ତରବରିଆ ପଦକ୍ଷେପ ନେଇ ଠିକ୍ କାମକୁ ଭୁଲ୍ କରିବେ । ମନ ଭୁଲାଣିଆ କଥା କହି ସଜକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ମୀନ : କର୍ମକ୍ଷେତ୍ରରେ ଦକ୍ଷତାକୁ ନେଇ ପ୍ରତିଷ୍ଠା ଓ ପ୍ରଶଂସା ପାଇବେ । ଦାୟିତ୍ୱ ନେଇଥିବା ଲୋକଟି ଠିକ୍ ଖବର ଦେବାରେ ହେଳା କରିପାରନ୍ତି । ଅର୍ଥ ଆଦାୟ କରିବାରେ ଅକ୍ଷମ ହେବେ । ବିବାଦୀୟ ଘଟଣା ଟିକିଏ ଜଟିଳ ଆଡକୁ ଗତି କରିବ । ଶୁଭ ଅଙ୍କ ୯ ।
Comments are closed.