ଆଜିର ରାଶିଫଳ (ବୁଧବାର)

ତା : ୧୦ /୬ /୨୦୨୦

ମେଷ – ସୁଖ, ସମ୍ମାନ ସବୁକିଛି ମିଳିପାରେ। ନିଜ ବଂଶର ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି। ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

ବୃଷ – କର୍ତ୍ତବ୍ୟନିଷ୍ଠ ହେବେ । ମନରେ ଉଦ୍‌ବେଗ ଜାତ ହୋଇପାରେ । ଜ୍ଞାନ-ଗରିମା ବୃଦ୍ଧି ହେବ । କର୍ମକ୍ଷେତ୍ର, ସାମାଜିକ କ୍ଷେତ୍ରରେ ପ୍ରଭାବଶାଳୀ ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।

ମିଥୁନ – କାର୍ଯ୍ୟରେ ଅଗ୍ରଗତି ଘଟିବ। ଈର୍ଷାରୁ ନିବୃତ୍ତ ଗଲେ ପ୍ରଶଂସାର ପାତ୍ର ହେବେ। ସ୍ବାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ। ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।

କର୍କଟ – କାର୍ଯ୍ୟରେ ଆଗ୍ରହୀ ହେବେ । ଅର୍ଥ ପ୍ରାପ୍ତିର ସୁଯୋଗ ଅଛି । କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ । ସୁଖ-ସନ୍ତୋଷ ଲାଭ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।

ସିଂହ – ଏକ ନୂତନ କାର୍ଯ୍ୟ ହାତକୁ ଆସିପାରେ। ଆମୋଦ-ପ୍ରମୋଦରେ ସମୟ ବିତାଉ ଥିବାବେଳେ ଶତ୍ରୁର ଉପସ୍ଥିତି ପାଇଁ ବ୍ୟବସ୍ଥା ଗ୍ରହଣ କରିବେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବହୁ ଶୁଭଫଳ ମିଳିବ। ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

କନ୍ୟା – କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ବିବାଦୀୟ ପରିସ୍ଥିତି ଉପୁଜିପାରେ । ଚିନ୍ତିତ ହୋଇପାରନ୍ତି । ଉନ୍ନତ ମାନସିକତା ନେଇ କାର୍ଯ୍ୟ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।

ତୁଳା – ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ବ୍ୟକ୍ତିତ୍ବ ବିକଶିତ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। କୃଷିକାର୍ଯ୍ୟ ଉପରେ ଗୁରୁତ୍ବ ଦେବେ। ବୁଦ୍ଧିମାନ୍‌ ହୋଇପାରନ୍ତି। ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ବିଛା – କର୍ମକ୍ଷେତ୍ର ଶାନ୍ତିଦାୟକ ହେବ । ନିଜ କାର୍ଯ୍ୟରେ ଆତ୍ମ ସନ୍ତୋଷ ଲାଭ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ବହୁ ଶୁଭଫଳ ମିଳିବ । କର୍ମକ୍ଷେତ୍ରରେ ଉନ୍ନତି ଘଟିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।

ଧନୁ – ପରିଶ୍ରମର ମୂଲ୍ୟ ମିଳିବ। ଭାଗ୍ୟଶାଳୀ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ମିଳିବ। ବ୍ୟବସାୟରୁ ଅଧିକ ଧନଲାଭ ହେବ। ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।

ମକର –ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ବିଭିନ୍ନ ଦିଗରୁ ସହଯୋଗ ମିଳିବ । ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

କୁମ୍ଭ – ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଅଧିକ ବ୍ୟୟ ପାଇଁ ଇଚ୍ଛା କରିବେ। କର୍ମ ଚଞ୍ଚଳ ରହିବେ। ସ୍ନେହପୂର୍ଣ୍ଣ କଥାରେ ସହକର୍ମୀମାନଙ୍କୁ ଅପାଣାର କରି କାର୍ଯ୍ୟ ହାସଲ କରିବେ। ଧାର୍ମିକ ପ୍ରବୃତ୍ତିର ହେବେ। ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

ମୀନ – ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିପାରନ୍ତି । ଶାସ୍ତ୍ର ବିସାରଦ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରି ସନ୍ତୁଷ୍ଟ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।