ମେଷ – ଆର୍ଥିକ ସ୍ଥିତିରେ ଅଭିବୃଦ୍ଧି ଘଟିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମ ଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଜ୍ୟୋତିଷ ବିଦ୍ୟା ଉପରେ ରୁଚି ରହିବ। ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ବୃଷ – ପରୋପକାରୀ ହେବେ । ବନ୍ଧୁ ସହ-ଯୋଗ ପାଇବେ । ସମ୍ମାନିତ ହେବେ । କର୍ମତତ୍ପରତା ପ୍ରକାଶ ପାଇବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଅନୁଭବ କରିବେ । ଶୁଭ ରଙ୍ଗ ହଳଦିଆ । ଶୁଭ ଅଙ୍କ ୪ ।
ମିଥୁନ – ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଭାଗ୍ୟଶାଳୀ ହେବେ। ବିଳାସୀ ହୋଇପାରନ୍ତି। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
କର୍କଟ – ପୂଜ୍ୟ-ପୂଜାରେ ମନୋନିବେଶ କରିପାରନ୍ତି । ସେବା ମନୋଭାବର ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ସିଂହ – ଇଚ୍ଛା ପୂରଣ ହୋଇପାରେ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। କାର୍ଯ୍ୟରେ ସଫଳତା ପାଇ ଗର୍ବ ଅନୁଭବ କରିବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ। ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
କନ୍ୟା – ଲୋକ ସଂପର୍କ ବୃଦ୍ଧି ପାଇବ । ସତ୍-ସଙ୍ଗୀ ହେବେ । ସତ୍-କର୍ମରେ ଆତ୍ମସନ୍ତୋଷ ଲାଭ କରିବେ । ଭାଗ୍ୟବାନ୍ ହେବେ । ଅସାଧ୍ୟ ଲୋକଙ୍କୁ ପରିତ୍ୟାଗ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ତୁଳା – ବ୍ୟବସାୟରେ ସ୍ୱଳ୍ପ ଲାଭ ମିଳିବ । ବହୁ ସୁଖର ଅଧିକାରୀ ହେବେ । ମନରେ ଗର୍ବଭାବ ବହନ କରିବେ ।ସାଧୁ ସେବାରେ ବ୍ରତୀ ହୋଇ ଆର୍ଶୀବାଦ ଲାଭ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ବିଛା – ଉଦାର ସ୍ବଭାବର ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। କୃଷିକର୍ମ ଉପରେ ଧ୍ୟାନ ଦେବେ। ବୁଦ୍ଧିମାନ୍ ହେବେ। ଯାନବାହନ ସୁଖ ମିଳିବ। ଶୁଭ ରଙ୍ଗ ସବୁଜ । ଶୁଭ ଅଙ୍କ ୫ ।
ଧନୁ – ପରାମର୍ଶ ନେଇ କାର୍ଯ୍ୟ କଲେ ଅଧିକ ସଫଳତା ପାଇବେ । ଭାଗ୍ୟାନ୍ନତିର ସୂଚନା ମିଳୁଛି । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
ମକର – ଭାଗ୍ୟଶାଳୀ ହେବେ। ବ୍ୟକ୍ତିତ୍ବକୁ ଅଧିକ ବିକଶିତ କରିପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ମିଳିବ। ତ୍ୟାଗୀ ଓ ନୀତିନିଷ୍ଠ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।
କୁମ୍ଭ – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ସନ୍ଥାର୍ଗୀ ହେବେ । ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଯାନବାହନ ସୁଖ ମିଳିବ । ପ୍ରିୟବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ମୀନ – ଘାତଚନ୍ଦ୍ର ଭୋଗ ହେତୁ ଈଶ୍ବରଙ୍କ ପ୍ରାର୍ଥନା ବାଞ୍ଛନୀୟ। କର୍ମଚଞ୍ଚଳ ରହିବେ। ଏକାନ୍ତ ପ୍ରିୟ ହୋଇପାରନ୍ତି। ସୌହାର୍ଦ୍ୟପୂର୍ଣ୍ଣ ବାତାବରଣ ମଧୁରଭାଷା ପ୍ରୟୋଗ କରି ପରକୁ ଆପଣାର କରିବେ। ଶୁଭ ରଙ୍ଗ ସବୁଜ । ଶୁଭ ଅଙ୍କ ୪ ।