ଭୁବନେଶ୍ୱର, ୦୮/୦୧ : ରାଜଧାନୀ ଭୁବନେଶ୍ବରରେ ଏକ ବୀଭତ୍ସ ହତ୍ୟାକାଣ୍ଡ ପୂରା ସହରକୁ ଦୋହଲାଇଦେଇଛି । ରସୁଲଗଡ଼ରୁ ବାଣୀବିହାର ରାସ୍ତାରେ ଯୁବକଙ୍କ ମୁଣ୍ଡ କାଟିଦେଲେ ଦୁର୍ବୃତ୍ତ । ବାଇକ୍ରେ ଗୋଡେଇ ଗୋଡେଇ ନିର୍ମମ ଭାବେ ହତ୍ୟା କରାଯାଇଛି । ସକାଳ ୭ଟାରୁ ସାଢ଼େ ୭ଟା ଭିତରେ ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ରସୁଲଗଡ଼ରୁ ବାଣୀବିହାର ମେନ ରୋଡ଼ରେ ହତ୍ୟାକାଣ୍ଡ। ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ହାଣିଦେଲେ । ମୃତକ ହେଲେ କେଦାରପଲ୍ଲି ଅଞ୍ଚଳର ସହଦେବ ନାୟକ । ସେ ସଫେଇ କର୍ମଚାରୀ ସଂଘର ସଭାପତି ଥିଲେ । ଆଜି ସକାଳୁ ଝିଅକୁ ସ୍କୁଲରେ ଛାଡି ସ୍କୁଟରରେ ଯାଉଥିବାବେଳେ କିଛି ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କୁ ବିଭତ୍ସ ଭାବେ ହତ୍ୟା କରିଛନ୍ତି । ସହଦେବ ପୋଲିସ ମିତ୍ର ଭାବେ ମଧ୍ୟ କାମ କରୁଥିଲେ । ସଫେଇ କର୍ମଚାରୀ ସଂଘ ସଭାପତି ସହଦେବ ନାୟକଙ୍କ ହତ୍ୟାକାଣ୍ଡକୁ ନେଇ ତାଙ୍କ ପତ୍ନୀଙ୍କ ସାଂଘାତିକ ଅଭିଯୋଗ। ବ୍ରାଉନସୁଗାର କାରବାରକୁ ବିରୋଧ କରୁଥିବାରୁ ସ୍ବାମୀଙ୍କ ମୁଣ୍ଡ କାଟି ହତ୍ୟା କରାଯାଇଥିବା କାନ୍ଦି କାନ୍ଦି ଅଭିଯୋଗ କରିଛନ୍ତି ସହଦେବ ନାୟକଙ୍କ ପତ୍ନୀ । ତିନି ଅଭିଯୁକ୍ତଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସର ସ୍ପେଶାଲ ସେଲ୍ । ନୟାଗଡ଼ ଶରଣକୁଳରୁ ତିନି ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି । ଗିରଫ ତିନି ଜଣଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି ।