ରାଉରକେଲା ସୁପର ସ୍ପେସିଆଲିଟି ହସ୍ପିଟାଲରେ ଆରମ୍ଭ ହେବ ଗୁରୁତର କରୋନା ରୋଗୀଙ୍କ ଚିକିତ୍ସା

ରାଉରକେଲା,୨୪ /୪ : ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବା ସହ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ସରକାର ସେମାନଙ୍କ ଚିକିତ୍ସା ପାଇଁ ବ୍ୟବସ୍ଥା କରିବା ଆରମ୍ଭ କରିଛନ୍ତି। କରୋନାର ପ୍ରଥମ ଲହର ପରେ ବନ୍ଦ କରାଯାଇଥିବା କୋଭିଡ ହସ୍ପିଟାଲକୁ ସରକାର ପୁଣି ଥରେ ପର୍ଯ୍ୟାୟକ୍ରମେ ଖୋଲିବା ଆରମ୍ଭ କରିଛନ୍ତି। ଏମଧ୍ୟରେ ରାଉରକେଲା ଷ୍ଟିଲ ପ୍ଲାଣ୍ଟର ସୁପର ସ୍ପେସିଆଲିଟି ହସ୍ପିଟାଲରେ ଗୁରୁତର କରୋନା ରୋଗୀଙ୍କ ଚିକିତ୍ସା କରାଯିବ ବୋଲି ଜଣାପଡ଼ିଛି। ରାଉରକେଲା ଷ୍ଟିଲ ପ୍ଲାଣ୍ଟ ପକ୍ଷରୁ ଏନେଇ ଟୁଇଟ କରି ସୂଚନା ଦିଆଯାଇଛି।

ଟୁଇଟରେ ଲେଖାଯାଇଛି ଯେ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶ ଅନୁଯାୟୀ ଏବଂ ଓଡ଼ିଶା ସରକାରଙ୍କ ସହଯୋଗରେ, ରାଉରକେଲା ଷ୍ଟିଲ ପ୍ଲାଣ୍ଟର ସୁପର ସ୍ପେସିଆଲିଟି ହସ୍ପିଟାଲରେ ଗୁରୁତର ଅସୁସ୍ଥ କରୋନା ରୋଗୀଙ୍କ ଚିକିତ୍ସା ଆରମ୍ଭ କରିବାକୁ ପ୍ରସ୍ତୁତ, ଯାହା ଏହି ଅଞ୍ଚଳର ସ୍ୱାସ୍ଥ୍ୟସେବାକୁ ଆହୁରି ବଢ଼ାଇବ।