ଭବନେଶ୍ୱର, ୧୬/୦୩ : SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ୨୩ ରୋଗୀ ଥିଲେ ବୋଲି ଜଣାପଡ଼ିଛି। ଅଗ୍ନିକାଣ୍ଡ ପରେ ICUରେ ସାଂଘାତିକ ସ୍ଥିତି ଉପୁଜିଛି। ଗୁରୁତର ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। କେମିତି ନିଆଁ ଲାଗିଲା କାରଣ ଅସ୍ପଷ୍ଟ ରହିଛି। ନିଆଁ ଲିଭାରେ ଦମକଳ ବାହିନୀ ନିୟୋଜିତ ଅଛନ୍ତି। ବିଦ୍ୟୁତ ସର୍ଟସର୍କିଟ କାରଣରୁ ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା କରାଯାଉଛି। SCB ଅଗ୍ନିକାଣ୍ଡ ପରେ ଘଟଣାସ୍ଥଳରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅଗ୍ନିକାଣ୍ଡ ସ୍ଥଳ ବୁଲି ଦେଖିବା ସହ ସ୍ବାସ୍ଥ୍ୟ ସଚିବଙ୍କ ସହ ଆଲୋଚନା କରିଛନ୍ତି। ମେଡିକାଲ ବୁଲି ଦେଖିବା ପରେ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ତଦନ୍ତ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ।