ଶୁକ୍ରବାରଠୁ ଖରା ଛୁଟି : ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଛୁଟି ଘୋଷଣା

0

ଭୁବନେଶ୍ୱର ୨୦/୦୪ : ରାଜ୍ୟ ସରକାରଙ୍କ ବଡ଼ ଘୋଷଣା କରିଛନ୍ତି । ଶୁକ୍ରବାର ଠାରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ରାଜ୍ୟରେ ଏବେ ଗ୍ରୀଷ୍ମ ବଢିଛି । ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଶୁକ୍ରବାର ଠାରୁ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି । ତେବେ କେବେ ସ୍କୁଲ ଖୋଲିବ । ସେନେଇ କିଛି ନିଷ୍ପତ୍ତି ନିଆଯାଇନାହିଁ । ଏନେଇ ଗୁରୁବାର ଦିନ ବିଭାଗ ପକ୍ଷରୁ ଆନୁଷ୍ଠାନିକ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ ।

SBI AD
Leave A Reply

Your email address will not be published.