ଭୁବନେଶ୍ବର: ଓଡ଼ିଶାର ଗଣପର୍ବ ଦୋଳପୂର୍ଣ୍ଣିମା ଓ ହୋଲି ପର୍ବ ଲାଗି ୨୮ ଓ ୨୯ ତାରିଖ ସ୍କୁଲ ଛୁଟି ଘୋଷଣା କଲା ଗଣଶିକ୍ଷା ବିଭାଗ । ଗଣଶିକ୍ଷା ଅଧିନରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ ୨ ଦିନ ଛୁଟି ରହିବ । ଆଜି ଏ ସଂକ୍ରାନ୍ତରେ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ଅତିରିକ୍ତ ଶାସନ ସଚିବ ।