ନବରଙ୍ଗପୁରରେ ଆସନ୍ତାକାଲି ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର, ୨୯/୦୭ : ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲା ପ୍ରଶାସନ ଆସନ୍ତାକାଲି ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି। ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ଏହି ପଦକ୍ଷେପ ନିଆଯାଇଥିବା ଜଣାପଡିଛି।ଲଗାଣ ବର୍ଷା ଯୋଗୁ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହେବାସମ୍ଭାବନା ରହିଛି।

SBI AD