ଭୁବନେଶ୍ବର, ୮/୧୦: କରୋନା କଟକଣା ମଧ୍ୟରେ ରାଜ୍ୟରେ ଖୋଲିପାରେ ସ୍କୁଲ । କରୋନା ପାଇଁ ପାଖାପାଖି ୬ ମାସ ହେବ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ବନ୍ଦ ରହିଛି । ଏତେଦିନ ଧରି ସ୍କୁଲ ଗୁଡିକ ବନ୍ଦ ଥିବାରୁ କ୍ୟାମ୍ପସ ସଫେଇ ଓ ଭିତ୍ତିଭୂମି ସଜାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ଦୃଷ୍ଟିରେ ରଖି ଶିକ୍ଷକ ହେଡ଼କ୍ବାର୍ଟର ନ ଛାଡିବାକୁ କୁହାଯାଇଛି । ସ୍କୁଲ ଭିତ୍ତିଭୂମିକୁ କୋଭିଡ୍-୧୯ ପୂର୍ବ ସ୍ଥିତିକୁ ଫେରାଇ ଆଣିବା ଦିଗରେ ସମସ୍ତେ କାର୍ଯ୍ୟ କରିବା ଲାଗି କୁହାଯାଇଛି । ଏହାର ଉଲ୍ଲଂଘନ କଲେ ଘଟଣାକୁ ଗୁରୁତର ସହିତ ନିଆଯିବ ବୋଲି ମଧ୍ୟ ସୂଚନା ରହିଛି ।
ଜୁଲାଇ ଓ ଅଗଷ୍ଟ ମାସରେ ମଧ୍ୟାହ୍ନ ଭୋଜନ ରୋଷେୟା ଓ ସହଯୋଗୀଙ୍କ ପାଉଣା ବାବଦରେ ୩୧କୋଟି ୮୧ଲକ୍ଷ ୫୮ହଜାର ୪୦୦ ଟଙ୍କା ମଞ୍ଜୁରୀ ହୋଇଛି । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ।