ସେକ୍ସ ରାକେଟ ଠାବ : ୩ ଦେହଜୀବୀ-ଗ୍ରାହକଙ୍କୁ ଧରିଲା ପୋଲିସ

ଭୁବନେଶ୍ୱର, ୧୨/୦୨ :  ଖୋର୍ଦ୍ଧାର ଏକ ଭଡ଼ାଘରେ ଚାଲିଥିଲା ଦେହ ବେପାର। ଖବରପାଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ଟିମ୍‌ ଚଢ଼ାଉ କରିଛି। କିଙ୍ଗ୍‌ପିନ୍‌ ସମେତ ୩ ଦେହଜୀବୀ, ୪ଜଣ ଗ୍ରାହକଙ୍କୁ ପୋଲିସ ଧରିଛି। ଗତ କିଛି ଦିନ ଧରି ଏହି ସେକ୍ସ ସ୍କାଣ୍ଡାଲ ଚାଲିଥିଲା। କୌଣସି ସୂତ୍ରରୁ ଖବରପାଇ କ୍ରାଇମବ୍ରାଞ୍ଚ ଓ ସ୍ପେଶାଲ ସ୍କାଡ୍‌ ଇନଚାର୍ଜ ରବି ନାରାୟଣ ଭଞ୍ଜଙ୍କ ନେତୃତ୍ୱରେ ଟିମ୍‌ ଚଢ଼ାଉ କରିଥିଲା। ଆଜି ପୂର୍ବାହ୍ନରେ ପୋଲିସ ଚଢ଼ାଉ ସମୟରେ ଘର ଭିତରୁ କବାଟ ନ ଖୋଲିବାରୁ କବାଟ ଭାଙ୍ଗି ଭିତରେ ପଶିଥିଲେ। ସେତେବେଳେ ଘର ଭିତରେ ଗ୍ରାହକ ଓ ଦେହଜୀବୀମାନଙ୍କୁ ଅସଞ୍ଜତ ଅବସ୍ଥାରେ ଧରିଥିଲେ।