ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ମନା

0

ପୁରୀ ୨୨/୦୩ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଭକ୍ତମାନେ ପ୍ରାୟ ୪ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଠାକୁରଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ରହିଛି । ଠାକୁରଙ୍କ ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ହେବ । ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ଅପରାହ୍ନରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ପ୍ରାକୃତିକ ରଙ୍ଗ ତଥା ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ । ତେବେ ସେହି ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବବୋଲି ଶ୍ରୀମନ୍ଦିର ପ୍ରଶାସନର ସୂଚନା ରହିଛି ।

SBI AD
Leave A Reply

Your email address will not be published.