କେନ୍ଦୁଝର: ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରେକର୍ଡ ଭାଙ୍ଗୁଛି । ଆଜି କେନ୍ଦୁଝରରୁ ୧୨୬ ଜଣ ଚିହ୍ନଟ ହୋଇଛନ୍ତି । ଏହି ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି ।
ଆଜିଠୁ କେନ୍ଦୁଝରର ସହରକୁ ୪ ଦିନ ପାଇଁ ସଟଡାଉନ ଘୋଷଣା କରିଛି ଜିଲ୍ଲାପ୍ରଶାସନ । ସୂଚନାଯୋଗ୍ୟ, ୨୪ ଘଣ୍ଟା ରାଜ୍ୟରେ ୩୦ଟି ଜିଲ୍ଲାରୁ ୧୦ ହଜାର ୪୧୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।୫୮୮୭ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୪୫୨୬ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି।