ଭୁବନେଶ୍ବର,୩୧ /୧୨: ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ । ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ସ୍ନେହାଙ୍ଗିନୀ ଛୁରିଆଙ୍କୁ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଭାବେ ଦାୟିତ୍ବ ଦିଆଯାଇଛି। ସେ ପୂର୍ବରୁ ହସ୍ତତନ୍ତ ଓ ବୟନଶୀଳ୍ପ ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇ ସାରିଛନ୍ତି। ଏହା ପୂର୍ବରୁ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଥିଲେ ମିନତୀ ବେହେରା।