ପୁରୀ, ୧୮/୧୨ : ଦୀର୍ଘ ୮ ମାସ ପରେ ଆସନ୍ତା ୨୩ ତାରିଖରୁ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର। ଏନେଇ ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ସହ ପୁରୀ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବ ବୋଲି ସେ କହିଛନ୍ତି। କୋଭିଡ୍ କଟକଣା ମାନି ଶ୍ରଦ୍ଧାଳୁ ଦର୍ଶନ କରିବେ।
ସୂଚନା ଅନୁଯାୟୀ, ପ୍ରଥମ ପର୍ଯ୍ୟାୟରେ ସେବାୟତ ପରିବାରର ସଦସ୍ୟଙ୍କୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ଅନୁମତି ମିଳିବ। ଦୁଇ ଦିନ ପରେ ପୁରୀ ସହରବାସୀଙ୍କୁ ଦର୍ଶନ ସୁବିଧା ମିଳିବ। ପରେ ପର୍ଯ୍ୟାୟକ୍ରମେ ସକାଳୁ ସନ୍ଧ୍ୟା ଯାଏ ବିଭିନ୍ନ ୱାର୍ଡ ବାସିନ୍ଦାଙ୍କୁ ମହାପ୍ରଭୁଙ୍କୁ ଦର୍ଶନ ଲାଗି ଅନୁମତି ମିଳିବ ବୋଲି ଜିଲାପାଳ ବଳଓ୍ବନ୍ତ ସିଂ କହିଛନ୍ତି ।
ମନ୍ଦିର ଯିବା ପାଇଁ କେତେକ ସ୍ୱତନ୍ତ୍ର ଗାଇଡଲାଇନ ଜାରି କରାଯାଇଛି। ମାସ୍କ ପିନ୍ଧିବା, ସାନିଟାଇଜର ବ୍ୟବହାର କରିବା ସହ ସାମାଜିକ ଦୂରତା ପାଳନ କରିବା ମଧ୍ୟ ବାଧ୍ୟତାମୂଳକ। ପ୍ରଥମେ ୫ ହଜାର ଭକ୍ତଙ୍କୁ ଦର୍ଶନ ଅନୁମତି ଦିଆଯିବ। ପରେ ସ୍ଥିତି ଦେଖି ସଂଖ୍ୟା ବୃଦ୍ଧି କରାଯିବ ବୋଲି ଜଲ୍ଲାପାଳ ସୂଚନା ଦେଇଛନ୍ତି।