ଭୁବନେଶ୍ୱର,୨୯ /୫ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭,୧୮୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪,୦୨୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩,୧୬୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୩୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫୧୫ଜଣ, ବାଲେଶ୍ୱରରୁ ୧୦୩ ଜଣ, ବରଗଡ଼ରୁ ୨୭୧ ଜଣ, ଭଦ୍ରକରୁ ୮୯ଜଣ, ବଲାଙ୍ଗୀରରୁ ୯୩ ଜଣ, ବୌଦ୍ଧରୁ ୨୫୭ଜଣ, କଟକରୁ ୬୯୦ଜଣ, ଦେବଗଡରୁ ୬୧ ଜଣ, ଢେଙ୍କାନାଳରୁ ୨୫୫ଜଣ, ଗଜପତିରୁ ୧୦୬ ଜଣ, ଗଞ୍ଜାମରୁ ୧୬୩ ଜଣ, ଜଗତସିଂହପୁରରୁ ୧୫୪ ଜଣ, ଯାଜପୁରରୁ ୪୦୬ ଜଣ, ଝାରସୁଗୁଡାରୁ ୧୧୪ ଜଣ, କଳାହାଣ୍ଡିରୁ ୧୭୭ ଜଣ, କନ୍ଧମାଳରୁ ୫୪ ଜଣ, କେନ୍ଦ୍ରାପଡ଼ାରୁ ୭୫ଜଣ, କେଉଁଝରରୁ ୫୭ଜଣ, ଖୋର୍ଦ୍ଧାରୁ ୧୧୩୪ ଜଣ, କୋରାପୁଟରୁ ୨୦୨ ଜଣ, ମାଲକାନଗିରିରୁ ୯୨ଜଣ, ମୟୁରଭଞ୍ଜରୁ ୩୨୦ଜଣ, ନବରଙ୍ଗପୁରରୁ ୨୧୬ ଜଣ, ନୟାଗଡ଼ରୁ ୨୪୨ଜଣ, ନୂଆପଡ଼ାରୁ ୬୨ ଜଣ, ପୁରୀରୁ ୪୫୭ ଜଣ, ରାୟଗଡ଼ାରୁ ୧୬୫ ଜଣ, ସମ୍ୱଲପୁରରୁ ୧୨୦ଜଣ, ସୋନପୁରରୁ ୧୨୯, ସୁନ୍ଦରଗଡ଼ରୁ ୧୭୨ ଓ ଷ୍ଟେଟ ପୁଲରୁ ୨୩୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨,୬୮୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୫ ଜଣ ରହିଥିବା ବେଳେ କଳାହାଣ୍ଡି ଓ ରାୟଗଡା ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଛନ୍ତି । ଝାରସୁଗୁଡା, ଖୋର୍ଦ୍ଧା, ନବରଙ୍ଗପୁର ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଜଗତସିଂପୁର, କୋରାପୁଟରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି କଟକ, ମାଲକାନଗିରି, ସମ୍ବଲପୁର ଓ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି ।