ରାଜ୍ୟରେ ଆଜି ୪,୮୫୨ କୋଭିଡ୍ ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪୭

ଭୁବନେଶ୍ୱର,୧୨/୬ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪,୮୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮,୪୭,୩୧୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨,୭୬୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨,୦୮୭ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭୫ଜଣ, ବାଲେଶ୍ୱର ଜିଲ୍ଲାରୁ ୩୬୪ଜଣ, ବରଗଡ଼ ଜିଲ୍ଲାରୁ ୬୧ଜଣ, ଭଦ୍ରକ ଜିଲ୍ଲାରୁ ୨୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୧ଜଣ, ବୌଦ୍ଧ ଜିଲ୍ଲାରୁ ୫୭ଜଣ, କଟକ ଜିଲ୍ଲାରୁ ୫୦୫ଜଣ, ଦେଓଗଡ଼ ଜିଲ୍ଲାରୁ ୨୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫୦ଜଣ, ଗଜପତି ଜିଲ୍ଲାରୁ ୪୮ଜଣ, ଗଞ୍ଜାମ ଜିଲ୍ଲାରୁ ୪୦ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮୦ଜଣ, ଯାଜପୁର ଜିଲ୍ଲାରୁ ୩୮୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୬ଜଣ, କଳାହାଣ୍ଡି ଜିଲ୍ଲାରୁ ୬୦ଜଣ, କନ୍ଧମାଳ ଜିଲ୍ଲାରୁ ୮୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୮୭ଜଣ, କେନ୍ଦୁଝର ଜିଲ୍ଲାରୁ ୯୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୪୯ଜଣ, କୋରାପୁଟ ଜିଲ୍ଲାରୁ ୮୮ଜଣ, ମାଲକାନାଗିରି ଜିଲ୍ଲାରୁ ୮୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦୮ଜଣ, ନୟାଗଡ଼ ଜିଲ୍ଲାରୁ ୧୩୬ଜଣ, ନୂଆପଡ଼ା ଜିଲ୍ଲାରୁ ୨୨ଜଣ, ପୁରୀ ଜିଲ୍ଲାରୁ ୨୩୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୫ଜଣ, ସମ୍ବଲପୁର ଜିଲ୍ଲାରୁ ୪୧ଜଣ, ସୋନପୁର ଜିଲ୍ଲାରୁ ୩୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫୭ଜଣ, ଷ୍ଟେଟ୍‌ ପୁଲ୍‌ରୁ ୯୮ଜଣ ରହିଛନ୍ତି ।

ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୪୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।