ରାଜ୍ୟରେ ଆଜି ୨,୯୧୨ କରୋନା ପଜିଟିଭ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪୦

ଭୁବନେଶ୍ୱର,୨୫ /୬ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨,୯୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି | ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧,୬୭୫ ଜଣ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧,୨୩୭ ଜଣ ଚିହ୍ନଟ ହୋଇଛନ୍ତି |

ସେହିପରି ଅନୁଗୁଳରୁ ୧୧୯, ବାଲେଶ୍ୱରରୁ ୨୨୦, ବରଗଡ଼ରୁ ୩୧, ଭଦ୍ରକରୁ ୧୩୬, ବଲାଙ୍ଗୀରରୁ ୧୨, ବୌଦ୍ଧରୁ ୧୮, କଟକରୁ ୩୮୨, ଦେବଗଡରୁ ୪, ଢେଙ୍କାନାଳରୁ ୪୨, ଗଜପତିରୁ ୧୩, ଗଞ୍ଜାମରୁ ୧୮, ଜଗତସିଂହପୁରରୁ ୧୩୧, ଯାଜପୁରରୁ ୨୯୨, ଝାରସୁଗୁଡାରୁ ୧୪, କଳାହାଣ୍ଡିରୁ ୩୫, କନ୍ଧମାଳରୁ ୩୬, କେନ୍ଦ୍ରାପଡାରୁ ୭୧, କେଉଁଝରରୁ ୭୦, ଖୋର୍ଦ୍ଧାରୁ ୪୦୧, କୋରାପୁଟରୁ ୫୪, ମାଲକାନଗିରିରୁ ୪୯, ମୟୁରଭଞ୍ଜରୁ ୧୭୪, ନବରଙ୍ଗପୁରରୁ ୫୦, ନୟାଗଡରୁ ୧୪୦, ନୂଆପଡାରୁ ୮, ପୁରୀରୁ ୧୬୧, ରାୟଗଡାରୁ ୫୨, ସମ୍ୱଲପୁରରୁ ୩୦, ସୋନପୁରରୁ ୧୩, ସୁନ୍ଦରଗଡରୁ ୭୧, ଷ୍ଟେଟ ପୁଲରୁ ୬୫ ଜଣ ଚିହ୍ନଟ ହୋଇଛନ୍ତି |

ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧାରୁ ୯, ବରଗଡ, କଟକ, ନୟାଗଡରୁ ୫ ଜଣ ଲେଖାଏଁ, ଅନୁଗୋଳରୁ ୩, ବାଲେଶ୍ୱର, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ, ପୁରୀ, ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ଗଞ୍ଜାମରୁ ଜଣେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦୧କୁ ବୃଦ୍ଧି ପାଇଛି ।