ରାଜ୍ୟରେ ଆଜି ୧୨,୩୯୦ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ସର୍ବାଧିକ ୨୨୦୧

ଭୁବନେଶ୍ୱର,୧୪ /୫ : ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ସର୍ବାଧିକ ୧୨,୩୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୬,୯୩୮ ଚିହ୍ନଟ ହୋଇଥିବା ବେଳେ ୫,୪୫୨ଜଣ ହେଉଛନ୍ତି ସ୍ଥାନୀୟ ଆକ୍ରାନ୍ତ ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟାରେ ଓଡ଼ିଶାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୦୧ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକରୁ ଦ୍ବିତୀୟ ସର୍ବାଧିକ ୭୧୯ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାଯାଇଛି। ଅପରପକ୍ଷରେ ଅନୁଗୁଳରୁ ୫୩୨, ବରଗଡ଼ରୁ ୫୦୭, ଭଦ୍ରକରୁ ୪୧୨, ବାଲେଶ୍ୱରରୁ ୩୪୦, ଓ ବଲାଙ୍ଗୀରରୁ ୪୬୧, ମୟୂରଭଞ୍ଜରୁ ୪୮୦, ପୁରୀରୁ ୪୬୯, ଯାଜପୁରରୁ ୪୩୬, ଝାରସୁଗୁଡ଼ାରୁ ୪୧୩ , ବୌଦ୍ଧରୁ ୨୨୮, ଦେବଗଡ଼ରୁ ୧୦୮, ଢେଙ୍କାନାଳରୁ ୧୭୪, ସୋନପୁରରୁ ୧୭୮ ଓ ସୁନ୍ଦରଗଡ଼ରୁ ୮୮୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫,୮୮,୬୮୭ରେ ପହଞ୍ଚିଥିବା ବେଳେ ୪,୮୨,୩୪୫ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ୧୦୪୦୧୬ଜଣ ସକ୍ରିୟ ସଂକ୍ରମିତ ଥିବା ଜଣାଯାଇଛି।