ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ପରଲୋକ

ଭୁବନେଶ୍ୱର : ଜଗତସିଂହପୁର ପୂର୍ବତନ ସାଂସଦ ତଥା ବିଶିଷ୍ଟ ଶିକ୍ଷାବିତ ଓ ଅର୍ଥନୀତିଜ୍ଞ ତ୍ରିଲୋଚନ କାନୁନଗୋଙ୍କ ପରଲୋକ ଘଟିଛି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ସକାଳେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା। ଜଗତସିଂହପୁର ଲୋକସଭା ଆସନରୁ ସେ ୧୯୯୯ ମସିହାରେ ବିଜୁ ଜନତା ଦଳ ଟିକେଟରେ ନିର୍ବାଚିତ ହୋଇଥିଲେ। ଏଥସହ ସେ କଟକ ପୌରପାଳିକାର ପ୍ରାକ୍ତନ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରି ବେଶ ଲୋକପ୍ରିୟତା ହାସଲ କରିଥିଲେ। ଅଡଶପୁରସ୍ଥିତ ୟୁଏନ୍ କଲେଜର ପରିଚାଳନା ସମିତିର ସେ ଅଧ୍ୟକ୍ଷ ଭୂମିକା ନିର୍ବାହ କରୁଥିଲେ। ଶ୍ର କାନୁନଗୋ ରାଜ୍ୟ ଅର୍ଥ କମିସନର ଅଧ୍ୟକ୍ଷ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ । ତ୍ରିଲୋଚନ କାନୁନଗୋ ୧୯୪୦ ମସିହା ନଭେମ୍ବର ୨୪ ତାରିଖରେ କଟକ ଜିଲ୍ଲା ବଡ଼ମୂଳେଇ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ସେ କଟକର ଶେଖ ବଜାରରେ ଗତ କିଛି ବର୍ଷ ହେବ ରହି ଆସୁଥିଲେ।