ମା’ ସମଲେଶ୍ବରୀ ପୀଠର ବିକାଶ ପାଇଁ ୨୦୦ କୋଟିର ‘ସମଲେଇ ଯୋଜନା’

ଭୁବନେଶ୍ଵର,୧୭ /୨: ପଶ୍ଚିମ ଓଡ଼ିଶାର ମା’ ସମଲେଶ୍ଵରୀଙ୍କ ମନ୍ଦିର ବିକାଶ ପାଇଁ ରାଜ୍ୟ ସରକାର ୨୦୦ କୋଟି ଟଙ୍କାର ‘ସମଲେଇ ଯୋଜନା’ ପ୍ରସ୍ତୁତ କରିଛନ୍ତି। ଏ ନେଇ ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତ ଚିଠା ପ୍ରସ୍ତାବକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଉପସ୍ଥାପନ କରାଯାଇଛି।

ଷୋଡଶ ଶତାଦ୍ଦୀରେ ନିର୍ମିତ ମା’ ସମଲେଶ୍ବରୀଙ୍କ ପୀଠର ବିକାଶ ପାଇଁ ରାଜ୍ୟ ସରକାର ସମଲେଶ୍ଵରୀ ଟେମ୍ପଲ ଏରିଆ ମ୍ୟାନେଜମେଣ୍ଟ ଆଣ୍ଡ ଲୋକାଲ ଇକୋନୋମି ଇନିସିଏଟିଭ୍‌ସ (ସମଲେଇ) ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ୨୦୨୧-୨୨ ଆର୍ଥିକ ବର୍ଷରେ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇ ସମଲେଶ୍ବରୀଙ୍କ ପୀଠ ତଥା ଆଖପାଖର ୧୦୮ ଏକର ଜମିରେ ବିକାଶ କାର୍ଯ୍ୟ କରାଯିବ। ଏହି ଯୋଜନାରେ ମା’ଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ, ସ୍ଥାନୀୟ ଲୋକଙ୍କ ଆର୍ଥିକ ବିକାଶ ତଥା ପର୍ଯ୍ୟଟକ ଓ ଶ୍ରଦ୍ଧାଳୁମାନଙ୍କ ପାଇଁ ଏକ ଅନନ୍ୟ ଅନୁଭୂତି ହେବା ଉଦ୍ଦେଶ୍ୟରେ ଏହି ପ୍ରକଳ୍ପ କାର୍ଯ୍ୟ କରିବ।