ଭୁବନେଶ୍ୱର, ୨୯/୦୪ : ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ନୀତିରେ ଘଟିଛି ବଡ଼ ବିଭ୍ରାଟ । ସେବାୟତଙ୍କ ବିବାଦ ଯୋଗୁଁ ଚାପ ନ ଖେଳି ବାହୁଡ଼ିଲେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନ ମୋହନ,ଭୂଦେବୀ , ଶ୍ରୀଦେବୀଙ୍କ ସମେତ ରାମ କୃଷ୍ଣ ଓ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ । ଶ୍ରଦ୍ଧାଳୁ ନିରାଶ । ସିଂହାରୀ ଓ ସୁଦୁ ସୁଆରଙ୍କ ମଧ୍ୟରେ ବିବାଦ ଯୋଗୁଁ ଗତକାଲି ନରେନ୍ଦ୍ର ପୁଷ୍କରିଣୀରେ ବନ୍ଦ ରହିଛି ମହାପ୍ରଭୁଙ୍କ ଚାପ ଖେଳ। ଚାପ ରେ କେତେ ସଂଖ୍ୟକ ସେବକ ରହିବେ,ତାକୁ ନେଇ ହୋଇଥିଲା ବିବାଦ। ପ୍ରାୟ ସାଢ଼େ ୩ ଘଣ୍ଟା ପ୍ରତୀକ୍ଷା ପରେ ବିବାଦ ସମାଧାନ ନ ହେବାରୁ ଶ୍ରୀମନ୍ଦିର ଫେରି ଯାଇଛନ୍ତି ଚଳନ୍ତି ଠାକୁର । ଗତକାଲି କାଳ ବୈଶାଖୀ ଯୋଗୁଁ ଦିନ ଚାପ ମଧ୍ୟ ବନ୍ଦ ରହିଥିଲା।ତେବେ ରାତ୍ରୀ ଚାପ ପାଇଁ ରାତି ୯ ଟା ରୁ ପ୍ରସ୍ତୁତି ସାରିଥିଲେ ହେଁ ରାତି ୧୨ଟା ୩୦ ଯାଏଁ ବିବାଦ ତୁଟି ନଥିଲା । ପରେ ପବନ ବେଗ ଓ ବର୍ଷାକୁ ନଜରରେ ରଖି ଚାପ ନ ଖେଳି ଶ୍ରୀମନ୍ଦିର ବାହୁଡ଼ା ବିଜେ କରିଥିଲେ ଦିଅଁ ।