ଭୁବନେଶ୍ୱର, ୨୨/୦୧ : ଆଜି ନୂଆ ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା । ୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି ଟଙ୍କା । ଏଥିରେ ୧ ଲକ୍ଷ ୭୮ ହଜାର ୩୯୮ ନୂଆ ହିତାଧିକାରୀ ସାମିଲ ହୋଇଥିବା ବେଳେ ପ୍ରଥମ ଓ ଦ୍ବିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ହିତାଧିକାରୀ ବି ପାଇବେ ଟଙ୍କା । ଏହି ହିତାଧିକାରୀମାନେ ଏକାବେଳେ ଦୁଇଟି କିସ୍ତିର ୧୦ ହଜାର ଟଙ୍କା ପାଇବେ । ବିଭାଗ ପକ୍ଷରୁ ଏ ସମ୍ବନ୍ଧିତ କାର୍ଯ୍ୟକ୍ରମ ପୂର୍ବାହ୍ନ ସାଢେ ୧୦ଟାରେ OUATର ଶିକ୍ଷା ସଦନରେ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଉପସ୍ଥିତ ରହିବେ । ସେହିଭଳି ଅଭିଯୋଗ ଶୁଣାଣିରେ ୨୪ ହଜାର ୧୬ ଜଣ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି । ହିତାଧିକାରୀଙ୍କ ଖାତାକୁ ଯିବ ୨୫୦କୋଟି ଟଙ୍କାର ସହାୟତା ରାଶି ।