ଫେବୃଆରୀ ୧୮ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର, ୧୩/୦୧ : ଫେବୃଆରୀ ୧୮ ତାରିଖ ସୁଦ୍ଧା ୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା । ନୂଆ ଯୋଡି ହୋଇଥିବା ୧ ଲକ୍ଷ ୭୮ ହଜାର ୩୯୮ ଜଣ ପାଇବେ ପ୍ରଥମ କିସ୍ତି । ପ୍ରଥମ ଓ ଦ୍ୱତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ସାମିଲ କରାଯାଇଛି । ସେମାନେ ବି ଏକା ସାଙ୍ଗରେ ପାଇବେ ଦୁଇଟି କିସ୍ତି । ସେହିପରି ଅଭିଯୋଗ ଶୁଣାଣିରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି।