ଭୁବନେଶ୍ୱର, ୦୬/୦୮ : ରାକ୍ଷୀ ପୂର୍ଣ୍ଣିମାରେ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା । ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା । ପୂର୍ବରୁ ୨ଟି ପୂର୍ଯ୍ୟାୟରେ ୧୦ ହଜାର ଟଙ୍କା ମିଳିସାରିଛି । ଆଉ କିଛି ଦିନ ପରେ ସୁଭଦ୍ରାର ୩ୟ କିସ୍ତି ଟଙ୍କା ହିତାଧିକାରୀଙ୍କ ଖାତାକୁ ଆସିବ । ଏ ନେଇ ତାରିଖ ଘୋଷଣା କରିସାରିଛନ୍ତି ରାଜ୍ୟ ସରକାର । ଦୁଇଟି କିସ୍ତିରେ ମୋଟ ୧୦ ହଜାର ଟଙ୍କା ପାଇସାରିଛନ୍ତି ୧ କୋଟିରୁ ଅଧିକ ହିତାଧିକାରୀ । ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ଯେଭଳି ଭାବେ ସୁଭଦ୍ରା ପହଞ୍ଚିବ ସେ ନେଇ ଯୋଜନାକୁ କ୍ରିୟାନ୍ବୟନ କରିବାକୁ ଲଗାତାର ଭାବେ ପ୍ରୟାସ କରିଛନ୍ତି ସରକାର । ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ସୁଭଦ୍ରା ଯୋଜନା ଟଙ୍କା ପହଞ୍ଚାଇବା ନେଇ ପୂର୍ବରୁ ବି ଘୋଷଣା କରିସାରିଛନ୍ତି ରାଜ୍ୟ ସରକାର । ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା । ଯେଉଁମାନେ ୨୧ ବର୍ଷ ହୋଇ ଯାଇଥିବେ, ସେମାନେ ବି କରି ପାରିବେ ଆବେଦନ। କିନ୍ତୁ ଏବେ ସୁଭଦ୍ରା ପୋର୍ଟାଲ ଖୋଲିବାରେ ସମସ୍ୟା ହେଉଥିବା ଅନେକ ଅଭିଯୋଗ ଆସୁଛି । ରାଜ୍ୟର ସରକାରଙ୍କ ଗାଇଡଲାଇନ୍ କଣ ରହିଛି । ଯେଉଁ ମହିଳାମାନେ ନିମ୍ନଲିଖିତ ମାନଦଣ୍ଡ ମଧ୍ୟରୁ କୌଣସିଟି ପୂରଣ କରନ୍ତି, ସେମାନେ ଏହି ଯୋଜନା ଅଧୀନରେ ଲାଭ ପାଇବାକୁ ଅଯୋଗ୍ୟ ହେବେ । ବା ସେମାନଙ୍କର ନାଁ କାଟି ଦିଆଯିବ ।
ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ଥିବା ମହିଳାଙ୍କ ବୟସ ୨୧ ବର୍ଷରୁ କମ୍ ହୋଇନଥିବା ଆବଶ୍ୟକ । ସେହିଭଳି ୬୦ ବର୍ଷରୁ ଅଧିକ କୌଣସି ମହିଳା ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ଏମାନେ ଯଦି ଆବେଦନ କରିଥିବେ ତେବେ ନାଁ କଟିଯିବ । ସେହିଭଳି ଯଦି କୌଣସି ମହିଳା ମାସକୁ ମୋଟ ୧୫୦୦ ଟଙ୍କା କିମ୍ବା ତା ଠାରୁ ଅଧିକ କିମ୍ବା ବାର୍ଷିକ ମୋଟ ୧୮,୦୦୦ ଟଙ୍କା ବା ତାଠାରୁ ଅଧିକ କୌଣସି ରାଜ୍ୟ କିମ୍ବା କେନ୍ଦ୍ର ସରକାରୀ ଯୋଜନା ଯଥା- ପେନସନ, ଛାତ୍ରବୃତ୍ତି ଇତ୍ୟାଦି ସହାୟତା ଗ୍ରହଣ କରୁଛନ୍ତି ସେମାନେ ସୁଭଦ୍ରା ଟଙ୍କା ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ । ଜଣେ ମହିଳା ନିଜେ କିମ୍ବା ତାଙ୍କ ନିଜର ପରିବାର ସଦସ୍ୟ ଯଦି ବର୍ତ୍ତମାନର କିମ୍ବା ପୂର୍ବତନ ସାଂସଦ କିମ୍ବା ବିଧାନସଭା ସଦସ୍ୟ ହୋଇଥିବେ ସେମାନେ ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ସେହିଭଳି ଆୟକର ଦେଉଥିଲେ ଏହି ଯୋଜନାରେ ସାମିଲ ହୋଇପାରିବେ ନାହିଁ ।