ରାଉରକେଲା,୧୪ /୯ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ଼ ଜିଲ୍ଲାର ହିତାଧିକାରୀଙ୍କୁ ‘ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା’ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି। ଆଇଜିଏଚ୍ ସୁପର ସ୍ପେଶିଆଲିଟି ହସ୍ପିଟାଲ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏଥିସହ ୫୮୦.୮୨ କୋଟି ବ୍ୟୟ ଅଟକଳର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ,ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ରଘୁନାଥ ପାଲୀ ବିଧାୟକ ସୁବ୍ରତ ତରାଇ ଉପସ୍ଥିତ ଥିଲେ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତେକଟି ଜୀବନ ମୋ ପାଇଁ ମୂଲ୍ୟବାନ। ସାଢେ ଚାରି କୋଟି ଜନତା ମୋ ପରିବାର। ତେଣୁ ସମସ୍ତଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇଦେବ ମୋର ଲକ୍ଷ୍ୟ ।ବିଧାୟକ ଶ୍ରୀ ନାୟକ ସ୍ୱାଗତ ଭାଷଣ ଦେଇଥିଲେ। ବିଧାୟକ ସୁବ୍ରତ ତରାଇ ଧନ୍ୟବାଦ ଦେଇଥିଲେ। ଆକାଶ ଦାସ ନାୟକ ଓ ଶ୍ରୀମୟୀ ମିଶ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ସୁନ୍ଦରଗଡ଼ ଜିଲ୍ଲାର ମୋଟ ୪ ଲକ୍ଷ ୩୭ ହଜାର ୩୩୩ ରାସନକାର୍ଡ ଧାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ବଣ୍ଟନ କରାଯିବ। ଏହି କାର୍ଡରୁ ଜିଲ୍ଲାର ମୋଟ ୧୫ ଲକ୍ଷ ୯ ହଜାର ୬୩୧ ଲୋକ ମାଗଣା ସ୍ବାସ୍ଥ୍ୟ ସେବା ପାଇବେ।
ରାଉରକେଲାରେ ମୋଟ ୬୮ ହଜାର୫୭୫ ରାସନ କାର୍ଡଧାରୀଙ୍କୁ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ମିଳିବ। ଏହା ଦ୍ବାରା ୨ ଲକ୍ଷ ୨୩ ହଜାର ୪୧୮ ଜଣ ଉପକୃତ ହେବ। ସୁନ୍ଦରଗଡ଼ ପୌରପାଳିକାରେ ୫, ୪୦୭, ରାଜଗାଙ୍ଗପୁର ପୌରପାଳିକାରେ ୮,୭୯୧, ବୀରମିତ୍ରପୁର ପୌରପାଳିକାରେ ୬, ୫୧୪ ଜଣଙ୍କୁ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ମିଳିବ। ସେମିତି ବାଲିଶଙ୍କରା ବ୍ଲକରେ ୨୩, ୧୪୯, ବଡ଼ଗାଁରେ ୧୮,୨୪୦, ବିଶ୍ରାରେ ୧୬,୭୦୫, ବଣାଇରେ୧୫,୯୮୯, ଗୁରୁଣ୍ଡିଆରେ ୧୭,୩୬, ହେମଗିରିରେ ୨୧,୫୯୮, କୋଇଡ଼ାରେ୧୮,୭୯୦, କୁଆରମୁଣ୍ଡାରେ୨୪,୬୫୮, କୁତ୍ରାରେ୧୯,୫୭୬ କାର୍ଡଧାରୀଙ୍କୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ମିଳିବ। ଅନୁରୂପ ଭାବେ ଲହୁଣୀପଡ଼ା ବ୍ଲକରେ ୨୩,୪୭୩, ଲାଠିକଟାରେ୨୬,୩୩୭୮, ଲେଫ୍ରିପଡ଼ାରେ ୨୦,୪୬୪, ନୂଆଗାଁରେ୨୬,୩୩୭, ରାଜଗାଙ୍ଗପୁରରେ ୨୪,୭୦, ସବଡେଗାରେ ୧୬,୪୮୫, ସୁନ୍ଦରଗଡ଼ ସଦର ବ୍ଲକରେ୧୭,୭୫୦, ଟାଙ୍ଗରପାଲି ବ୍ଲକରେ୧୭,୩୮୯ ରାସନ କାର୍ଡଧାରୀଙ୍କୁ ଏହି ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କରାଯାଇଛି।