ନବ ଦାସଙ୍କ ଶେଷ ଦର୍ଶନ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର,୩୦/୧ : ଆଜି ସକାଳେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କର ସରକାରୀ ବାସଭବନକୁ ଯାଇ ତାଙ୍କୁ ଶେଷ ଦର୍ଶନ କରିଛନ୍ତି। ଉଭୟେ ନବକିଶୋରଙ୍କ ମରଶରୀରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ସଚିବ ଭି କେ ପାଣ୍ଡିଆନ୍ ମଧ୍ୟ ନବକିଶୋରଙ୍କ ଅନ୍ତିମ ଦର୍ଶନ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ଘର ଭିତରକୁ ଯାଇ ପରିବାରର ସଦସ୍ୟଙ୍କୁ ମଧ୍ୟ ସମବେଦନା ଜଣାଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ବରସ୍ଥ ସରକାରୀ ବାସଭବନରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କର ମରଶରୀରକୁ ଶେଷ ଦର୍ଶନ ଲାଗି ରଖାଯାଇଛି। ଏଠାରୁ ବିମାନ ଯୋଗେ ତାଙ୍କ ମରଶରୀରକୁ ଝାରସୁଗୁଡ଼ା ନିଆଯାଇ ସେଠାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ କରାଯିବ।

SBI AD
Leave A Reply

Your email address will not be published.