ରାଜ୍ୟକୁ ପୁଣି ଫେରିଲା ତାତି : ୪ ଦିନ ଜାରି ରହିବ ଅସହ୍ୟ ଗରମ-ଗୁଳୁଗୁଳି

0

ଭୁବନେଶ୍ୱର, ୨୧/୦୪ : ରାଜ୍ୟକୁ ପୁଣି ଫେରିଲା ତାତି । ଗତ କିଛି ଦିନ ହେବ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁଁ ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିଲା । ତେବେ ଗତକାଲି ୧୧ଟି ସହରର ପାରଦ ୪୦ ଡିଗ୍ରୀ ଟପିଥିଲା । ୪୩.୫ ଡିଗ୍ରୀ ସହ ଝାରସୁଗୁଡ଼ା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ଆଗାମୀ ୪ ଦିନ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିବ । ଏପରିକି ଦିନର ସର୍ବୋଚ୍ଚ ତାପମାତ୍ରାରେ ମଧ୍ୟ ୪ରୁ ୬ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ସେହିପରି ଆଜି କିଛି ସ୍ଥାନରେ କାଳବୈଶାଖୀର ପ୍ରଭାବ ମଧ୍ୟ ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ ଘଡ଼ଘଡ଼ି ବିଜୁଳି ସମ୍ଭାବନା ରହିଛି ।

Leave A Reply

Your email address will not be published.