ରାଜ୍ୟସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ, ଆଜି ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ବର, ୨୬/୦୨ : ରାଜ୍ୟସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ । ଆଜି ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି । ଓଡ଼ିଶାର ୪ ରାଜ୍ୟସଭା ଆସନରେ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ଆସନ୍ତା ୫ ତାରିଖ ନାମାଙ୍କନ ଭରିବାର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି । ମାର୍ଚ୍ଚ ୬ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ମାର୍ଚ୍ଚ ୯ରେ ପ୍ରାର୍ଥୀପତ୍ର ପ୍ରତ୍ଯାହାର । ମାର୍ଚ୍ଚ ୧୬ରେ ନିର୍ବାଚନ ହେବ । ସାଂସଦ ସୁଜିତ କୁମାର, ମମତା ମହନ୍ତ, ନିରଞ୍ଜନ ବିଶି ଓ ମୁନ୍ନା ଖାଁଙ୍କ କାର୍ଯ୍ୟକାଳ ସରୁଛି । ବିଧାନସଭାର ବିଧାୟକଙ୍କ ସଂଖ୍ୟା ଦୃଷ୍ଟିରୁ ଏହି ଚାରି ଆସନ ମଧ୍ୟରୁ ବିଜେପିର ଦୁଇ ଜଣ ଓ ବିଜେଡିର ଜଣେ ପ୍ରାର୍ଥୀ ରାଜ୍ୟସଭାକୁ ନିର୍ବାଚିତ ହେବା ସୁନିଶ୍ଚିତ। କିନ୍ତୁ ଚତୁର୍ଥ ଆସନ ପାଇଁ କିଏ ପ୍ରାର୍ଥୀ ହେବେ ତାହା ଉପରେ ରାଜ୍ୟ ରାଜନୀତିର ନଜର ରହିଛି ।