ଭୁବନେଶ୍ୱର, ୨୦/୧୧ : ଆସନ୍ତାକାଲି ଅନୁଷ୍ଠିତ ହେବ ପରିଚାଳନା କମିଟିର ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ରତ୍ନ ଅଳଙ୍କାର ଗଣତିମଣତି କେବେ ହେବ ତା’ ଉପରେ ହେବ ବିସ୍ତୃତ ଆଲୋଚନା । ଅସ୍ଥାୟୀ ରତ୍ନଭଣ୍ଡାରରୁ ସ୍ଥାୟୀ ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତର କରାଯାଇଛି । ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ଉପରେ ହେବ ଆଲୋଚନା । ନାଟମଣ୍ଡପରେ ଦର୍ଶନ ପାଇଁ କାଠ ରାମ୍ପକୁ ଦେଖିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ପରିଚାଳନା କମିଟିର ସଦସ୍ୟ । ଶ୍ରୀମନ୍ଦିର ସୁରକ୍ଷା ନେଇ ମଧ୍ୟ ହେବ ଆଲୋଚନା । ପ୍ରକଳ୍ପ ସାଂସ୍କୃତିକ ଏବଂ ବୈଷୟିକ ସବକମିଟିର ବିବରଣୀ ଉପରେ ହେବ ଆଲୋଚନା । ଶ୍ରୀମନ୍ଦିର ସହ ଜଡ଼ିତ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ ହେବ ଆଲୋଚନା । ଗୁଣ୍ଡିଚା ମନ୍ଦିରର ଉନ୍ନତିକରଣ,ଶ୍ରୀମନ୍ଦିର ଆଦର୍ଶ ଗୁରୁକୂଳ ନିର୍ମାଣ,ରଘୁନନ୍ଦନ ଲାଇବ୍ରେରୀ ନିର୍ମାଣ,ଶ୍ରୀମନ୍ଦିର ସେବକ ବାସଗୃହ,ଶ୍ରୀମନ୍ଦିର ୭୫ ମିଟର ଜୋନ୍ ବାହାରେ ଅନ୍ନ କ୍ଷେତ୍ର ନିର୍ମାଣ,ହୋମଯଜ୍ଞ ପ୍ରକଳ୍ପ,ନାମଯଜ୍ଞ ପ୍ରକଳ୍ପ, ଜଗନ୍ନାଥ ବଲ୍ଲଭ ପିଲଗ୍ରୀମ୍ ସେଣ୍ଟର କାର୍ଯ୍ୟର ଅଗ୍ରଗତି ଉପରେ ହେବ ଆଲୋଚନା । ମହାପ୍ରଭୁଙ୍କ ଜମିଜମା ସମସ୍ୟା ଉପରେ ମଧ୍ୟ ହେବ ଆଲୋଚନା । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧକ୍ଷତାରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିଚାଳନା କମିଟିର ଦ୍ୱିତୀୟ ବୈଠକ ।