ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ। ଏଥିସହ କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିର କିଛି କିଛି ସ୍ଥାନରେ କୁଆପଥର ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି।
୨ ତାରିଖଠାରୁ ପବନର ବେଗ ବଢ଼ିବ। ୨ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର, କଟକ, କନ୍ଧମାଳ, ଗଜପତି, ବୌଦ୍ଧ, ମାଲକାନଗିରି, ଦେବଗଡ଼ ଓ ରାୟଗଡ଼ା ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ।
୩ ଓ ୪ ତାରିଖରେ ଆହୁରି ଅଧିକ ଅଞ୍ଚଳରେ କାଳବୈଶାଖୀ ବର୍ଷା ହେବ। ଏହି ସମୟରେ ପବନର ବେଗ ୪୦ରୁ ୫୦ କିମି ବେଗରେ ବହିବ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ-ୱାର୍ଣ୍ଣିଂ ଜାରି କରିଛି।