ଭୁବନେଶ୍ୱର, ୨୬/୦୩ : ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏନେଇ ଆଜି ୮ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ସେହିପରି ଆସନ୍ତା ୨୭, ୨୮ ଓ ୨୯ ତାରିଖରେ ମଧ୍ୟ କାଳବୈଶାଖୀ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।