କଟକ : ବାରବାଟୀରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ ପାଇଁ ଆସନ୍ତା ଡିସେମ୍ବର ୧ ତାରିଖରେ ଟିକେଟ ବିକ୍ରି ହେବ । ୧ ରେ ଅନଲାଇନରେ ଟିକେଟ ବିକ୍ରି କରାଯିବ। ଏହା ପରେ ୫ ତାରିଖରେ ଅଫଲାଇନରେ ଟିକେଟ ବିକ୍ରି ହେବ। ଷ୍ଟାଡିୟମର ୬ଟି କାଉଣ୍ଟରରେ ଟିକେଟ ବିକ୍ରି ହେବ। ଏ ନେଇ ସୋମବାର ଓସିଏ ସମ୍ପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି। ଡିସେମ୍ବର ୩ ଏବଂ ୪ ତାରିଖରେ ଓସିଏ ଅନୁବନ୍ଧିତ ସଂସ୍ଥାକୁ ଟିକେଟ ଦିଆଯିବ ବୋଲି ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଡିସେମ୍ବର ୯ ତାରିଖରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ ଅନୁଷ୍ଠିତ ହେବ।