ଭୁବନେଶ୍ୱରରୁ ଆଜି ୩୫୧ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୨୩୮

ଭୁବନେଶ୍ୱର, ୧୪/୯: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୫୧ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୫୯୧ରେ ପହଞ୍ଚିଛି । ସୋମବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୧୩ ଜଣ ରହିଥିବା ବେଳେ ୨୩୮ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୪୭୧ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୫୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୬୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୯୦୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୪ ଜଣଙ୍କର ମୃତ୍ୟୁ ହୋଇଛି ।