ନୂଆଦିଲ୍ଲୀ, ୨୮/୪ : ସାରା ଦେଶରେ ହହୁ ହୋଇ ବଢିବାରେ ଲାଗିଛି କରୋନା ସଂକ୍ରମଣ । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୬୦ ହଜାର ୯୬୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୨୯୩ ଲୋକଙ୍କ ଜୀବନ ନେଇଛି ମହାମାରୀ ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩ ଲକ୍ଷ ୬୦ ହଜାର ୯୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୨୯୩ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୭୯ ଲକ୍ଷ ୯୭ହଜାର ୨୭୬ରେ ପହଞ୍ଚିଛି।