ଭୁବନେଶ୍ୱର, ୨୨/୧୦ : କମିଲା ସୁନା ଏବଂ ରୁପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୭,୨୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୬,୬୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୭,୨୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୬,୬୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୭,୨୦୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୬,୬୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧, ୨୭,୩୫୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୬,୭୫୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୭,୬୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୭,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୭,୨୦୦ ଓ ୧,୧୬,୬୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୬୨,୦୦୦ ଟଙ୍କା ହୋଇଛି ।
