ଭୁବନେଶ୍ୱର, ୦୨/୧୦ : ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୯,୨୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୬,୭୯୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୯,୨୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୩୬,୭୯୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୯,୨୩୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୩୬,୭୯୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୯,୪୩୦ ଟଙ୍କା ଓ ୨୨ କ୍ୟାରଟେ ୧,୩୬,୯୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୯,୨୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୬,୭୯୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୯,୨୩୦ ଓ ୨୨ କ୍ୟାରେଟ ମୂଲ୍ୟ ଦର ୧,୩୬,୭୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୩୪,୯୦୦ ଟଙ୍କା ହୋଇଛି ।