ପୁଣି ବଢିଲା ସୁନା ଓ ରୁପା ଦର

ଭୁବନେଶ୍ୱର, ୨୧/୦୫ : ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୯,୯୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୬,୬୦୦ ଟଙ୍କା ଛୁଇଁଛି ।

ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୯,୯୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ହଜାର ୧,୪୬,୬୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୯,୯୩୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୪୬,୬୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୬୦,୨୩୦ ଟଙ୍କା ଓ ୨୨ କ୍ୟାରଟେ ୧,୪୬,୭୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୬୧,୬୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୮,୧୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୯,୯୩୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୪୬,୬୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୮୫,୦୦୦ ଟଙ୍କା ହୋଇଛି ।