ଆଜିର ରାଶିଫଳ – ବୁଧବାର ୧୩ ଜୁନ୍ ୨୦୧୮

0

ମେଷ:–ବ୍ୟବସାୟକ୍ଷେତ୍ରରେ କରଜର ମାତ୍ରା ହ୍ରାସପାଇବ। ରାଜନୀତି କ୍ଷେତ୍ରରେ ଭୋଗ ବିଳାସରେ ଦିନଟି କାଟିବା ପାଇଁ ଆଗ୍ରହୀ ହେବେ।ଛାତ୍ର-ଛାତ୍ରୀମାନଙ୍କର ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ମହିଳାମାନଙ୍କର ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବାଫଳରେ ମାନସମ୍ମାନ ବୃଦ୍ଧିହେବ। ପ୍ରତିକାର: କୁଷ୍ଠରୋଗୀଙ୍କୁ ଖାଇବାକୁ ଦିଅନ୍ତୁ।

ବୃଷ:–ଗୃହ, ଜମି ଓ ପାରିବାରିକ ସମସ୍ୟାରେ ସାମିଲ ହେବେ । ବ୍ୟବସାୟ ଓ କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ। କୌଣସି ଯୋଜନା କରିବା ପୂର୍ବରୁ ଗଭୀରଚିନ୍ତା କରିବା ନିହାତି ଆବଶ୍ୟକ। ନୂତନ ଦିଗ୍ଦର୍ଶନପାଇଁ ଚିନ୍ତିତ ରହିବେ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେବ୍ୟସ୍ତ ରହିବେ। ଅବହେଳିତ ଲୋକଙ୍କସହ ମିଳାମିଶା କରି ହଇରାଣ ହେବେ। ପ୍ରତିକାର: ଈଶ୍ୱର ପ୍ରାର୍ଥନା ଓ ଧ୍ୟାନ ଦ୍ୱାରା ଶାନ୍ତି ମିଳିବ ।

ମିଥୁନ:–ଶିକ୍ଷା କିମ୍ବା ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ଆର୍ଥୀକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ବ୍ୟବସାୟିକ ଗତିବିଧି ଠିକ୍ ରହିଲେ ମଧ୍ୟ ପତ୍ନୀଙ୍କସହ ମତାନ୍ତର ଦେଖାଦେବ। ଅନାବଶ୍ୟକ ଧାଁଦୌଡ଼, ପାରିବାରିକଚିନ୍ତା, ପିତାଙ୍କସହ ମତାନ୍ତର, ବରିଷ୍ଠବ୍ୟକ୍ତି, ପଦାଧିକାରୀଙ୍କ ରୋଷରପାତ୍ର ହେବେ। ପ୍ରତିକାର:- ଭୋକିଲା ଲୋକଙ୍କୁ ଖାଇବାକୁ ଦିଅନ୍ତୁ।

କର୍କଟ:–ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ପଦୋନ୍ନତି ବା ନୂତନକର୍ମପ୍ରାପ୍ତି ହେବ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଆୟରସ୍ରୋତ ଖୋଲିଯିବ। ପ୍ରତିକାର:- କୁକୁରକୁ ଖାଦ୍ୟଦିଅନ୍ତୁ ।

ସିଂହ:–ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ବ୍ୟବସାୟକ୍ଷେତ୍ରରେ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ମହିଳାମାନଙ୍କର ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର-ଛାତ୍ରୀମାନେ କାର୍ଯ୍ୟବ୍ୟସ୍ତତା ଯୋଗୁଁ ପରିବାର ଏବଂ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହିବେ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର: କୁଷ୍ଠରୋଗୀଙ୍କୁ ଖାଇବାକୁ ଦିଅନ୍ତୁ ।

କନ୍ୟା:–ଆର୍ଥିକ ଓ ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ। ମହିଳାମାନଙ୍କର ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଛାତ୍ର-ଛାତ୍ରୀମାନେ ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର: ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ତୁଳା:–ବ୍ୟବସାୟକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତହେବ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ-ଭାରସାମ୍ୟ ହରାଇବେ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସହ ବ୍ୟତିବ୍ୟସ୍ତ ରହିବେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ ।

ବିଛା:–କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ମହିଳାମାନେ କାର୍ଯ୍ୟବ୍ୟସ୍ତତା ଯୋଗୁଁ ପରିବାର ଏବଂ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହିବେ। ପ୍ରତିକାର:- ପଙ୍ଗୁ ଭିକାରୀଙ୍କୁ ଖାଇବାକୁ ଦିଅନ୍ତୁ।

ଧନୁ:–ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ଯୋଗାଯୋଗ କାଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହେବେ ଏବଂ ନୂତନକର୍ମ ମଧ୍ୟ ପ୍ରାପ୍ତିହେବ। ପ୍ରତିକାର:-ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ମକର:–ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ। କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ବିପଦରେ ପକେଇବେ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:–କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ। ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର ଓ ବୃଦ୍ଧି କଲେ ଆଶାତିତ ଲାଭବାନ୍ ହେବେ। ସାମାଜିକ ସ୍ତରରେ ଖ୍ୟାତି ହେବ। ଦୂରଯାତ୍ରା କଷ୍ଟକର ହେବ। ପ୍ରତିକାର:-ଗୋମାତାର ସେବାକରିବା ଆବଶ୍ୟକ।

ମୀନ:–ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନାସଫଳହେବ । ଆର୍ଥିକକ୍ଷେତ୍ରରେ ଉନ୍ନତିହେବ। ବ୍ୟବସାୟ ପ୍ରସାରଫଳରେ ଅତ୍ୟଧିକ ଲାଭହେବ। ପ୍ରତିକାର:-ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

Leave A Reply

Your email address will not be published.