ଆସନ୍ତାକାଲି ପ୍ରଧାନମନ୍ତ୍ରୀ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କରିବେ ବିଚାରବିମର୍ଶ

ନୂଆଦିଲ୍ଲୀ,୧୦ /୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ବିଚାରବିମର୍ଶ କରିବେ। ଏହି ଆଲୋଚନାରେ ଦେଶରେ କରୋନା ମହାମାରୀର ସ୍ଥିତି ଏବଂ ଟିକାକରଣ ପ୍ରସଙ୍ଗ ସ୍ଥାନ ପାଇବ। ଟୀକାକରଣର ପ୍ରଥମ ପର୍ଯ୍ୟାୟରେ ସ୍ୱାସ୍ଥ୍ୟକର୍ମୀ ଏବଂ ଆଗଧାଡ଼ିର ଯୋଦ୍ଧାମାନଙ୍କୁ ଟିକା ଦିଆଯିବ। ଏହି ପର୍ଯ୍ୟାୟରେ ପ୍ରାୟ ୩ କୋଟି ବ୍ୟକ୍ତିଙ୍କୁ ଟୀକା ପ୍ରଦାନ କରାଯିବ। ପରେ ୫୦ ବର୍ଷରୁ ଊର୍ଦ୍ଧ୍ବ ବୟସର ବ୍ୟକ୍ତି ଏବଂ ବହୁବିଧ ରୋଗରେ ଆକ୍ରାନ୍ତ ପ୍ରାୟ ୨୭ କୋଟି ଲୋକଙ୍କୁ ଟିକା ଦିଆଯିବ। ପ୍ରଧାନମନ୍ତ୍ରୀ ମୋଦୀ ଭିଡିଓ କନଫରେନସିଂ ଜରିଆରେ ଏହି ଆଲୋଚନାରେ ଉପସ୍ଥିତ ରହିବେ।