କଟକରେ ରୋଡ୍ ସୋ କରିବେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ

0

ଭୁବନେଶ୍ବର,୧୪/୫ : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କଟକରେ ରୋଡ୍ ସୋ କରିବେ। ଅମିତ ଶାହଙ୍କ ରୋଡ ସୋ ବକ୍ସି ବଜାରର ଗୋପବନ୍ଧୁ ପାର୍କ ନିକଟରୁ ବାହାରି ବକ୍ସି ବଜାର, ତିନିକୋଣିଆ ବଗିଚା, ଦରଘା ବଜାର, ଚୌଧୁରୀ ବଜାର, ନୟାସଡ଼କ, ବାଲୁ ବଜାର, ଚାନ୍ଦିନୀଚୌକ, ମହମ୍ମଦିଆ ବଜାର ଓ ଶେଖ ବଜାର ଦେଇ ଚଣ୍ଡୀ ମନ୍ଦିର ଯାଏ ହେବ ବୋଲି ସୂଚନା ରହିଛି। ଅମିତ ଶାହଙ୍କ କାର୍ଯ୍ୟକ୍ରମରେ ପରିବର୍ତ୍ତନ କରାଯାଇଛି। ଆଗରୁ ରାଉରକେଲା ଓ କଣ୍ଟାବାଞ୍ଜିରେ ଅମିତ ଶାହଙ୍କର ନିର୍ବାଚନୀ ସଭାରେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ଥିଲା। ହେଲେ ଏବେ ସେ ଆସନ୍ତାକାଲି (୧୫ ତାରିଖ) ଓଡ଼ିଶା ଗସ୍ତରେ ଆସି ସୋରଡ଼ା ଓ ବୌଦ୍ଧରେ ସାଧାରଣ ସଭାରେ ଯୋଗ ଦେବେ ବୋଲି ଜଣାଯାଇଛି।

ଗତ ମାସରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି ସୋନପୁରରେ ନିର୍ବାଚନ ବିଗୁଲ୍‌ ବଜାଇଥିଲେ। ଓଡ଼ିଶାରେ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଥିଲେ। ରାମେଶ୍ବର ଷ୍ଟାଡିୟମ୍‌ରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶକୁ ସମ୍ବୋଧିତ କରିବା ଅବସରରେ ଶ୍ରୀ ଶାହ କହିଥିଲେ, ଓଡ଼ିଶାରେ ଖଣିଜ ସଂପଦ ପ୍ରଚରୁ ରହିଛି। ସବୁଠାରୁ ଅଧିକ ପାଣି ରହିଛି। ତଥାପି ଓଡ଼ିଶାର ବିକାଶ ହୋଇପାରୁ ନାହିଁ। ଓଡ଼ିଶାର ଜନତା ମୁମ୍ବାଇ, ଗୁଜରାଟ, ଦିଲ୍ଲୀ, ବେଙ୍ଗାଲୁରୁ ଦାଦନ ଖଟିବାକୁ ଯାଉଛନ୍ତି। ଭାରତୀୟ ଜନତା ପାର୍ଟିର ସରକାର ଆସିଲେ ଓଡ଼ିଶାର ଲୋକଙ୍କୁ ଦାଦନ ଖଟିବାକୁ ଯିବାକୁ ପଡ଼ିବ ନାହିଁ। ଲୋକଙ୍କୁ ଏଠାରେ ରୋଜଗାର ମିଳିବ।

Leave A Reply

Your email address will not be published.