ବାଲେଶ୍ବର,୧୧/୧ : ଗତକାଲି ବାଲେଶ୍ବର ଜିଲ୍ଲା ବାହାବଳପୁର ଠାରେ କେନ୍ଦ୍ର ପଶୁପାଳନ, ଦୁଗ୍ଧ ଓ ମତ୍ସ୍ୟ ସମ୍ପଦ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ‘ମେରାଇନ କେଜ୍ କଲଚର’ (ସମୁଦ୍ରରେ ପଞ୍ଜୁରି ଭିତରେ ମାଛ ଚାଷ) ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ଷଡ଼ଙ୍ଗୀ କହିଛନ୍ତି ଯେ, ଗଭୀର ସମୁଦ୍ରରେ ଅତ୍ୟାଧୁନିକ ମେରାଇନ କେଜ୍ କଲଚର ମାଧ୍ୟମରେ ମତ୍ସ୍ୟ ଉତ୍ପାଦନ କରାଗଲେ ଏହା ବେଶ୍ ଲାଭଦାୟକ ହେବା ସହ ରାଜ୍ୟ ଓ ଦେଶର ଅର୍ଥନୈତିକ ପ୍ରଗତିରେ ସହାୟକ ହୋଇପାରିବ।
ବାଲେଶ୍ବର ସଦର ବିଧାୟକ ସ୍ବରୂପ କୁମାର ଦାସ, ଜାତୀୟ ମତ୍ସ୍ୟ ବିକାଶ ବୋର୍ଡର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଡ. ସି. ସୁବର୍ଣ୍ଣା, ଭାରତ ସରକାରଙ୍କ ମତ୍ସ୍ୟ, ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ ବିଭାଗ ଯୁଗ୍ମ ସଚିବ ଡ. ଜେ. ବାଲାଜୀ, ସାଗର ମେହେରା, ଓଡ଼ିଶା ସରକାରଙ୍କ ମତ୍ସ୍ୟ ବିଭାଗ ନିର୍ଦ୍ଦେଶକ ସ୍ମୃତିରଞ୍ଜନ ପ୍ରଧାନ, ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ, ବାହାବଳପୁର ଜିଲ୍ଲା ପରିଷଦ ସଦସ୍ୟା ସୁମତି ନାୟକ, ସରପଞ୍ଚ ରଶ୍ମିତା ମଣ୍ତଳ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।