ଭିଜିଲାନ୍ସ ହାତରେ ଅଧୀକ୍ଷଣ ଯନ୍ତ୍ରୀ : ମିଳିଲା ପୁଳା ପୁଳା ଟଙ୍କା

ଭୁବନେଶ୍ୱର, ୧୭/୧୦ : ଦୁର୍ନୀତି ବିରୋଧରେ ଓଡ଼ିଶା ଭିଜିଲାନ୍ସର ବଡ଼ କାର୍ଯ୍ୟାନୁଷ୍ଠାନ। ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିବାବେଳେ ମାଡ଼ି ବସିଲା ଭିଜିଲାନ୍ସ। ଅଧୀକ୍ଷଣ ଯନ୍ତ୍ରୀଙ୍କ ଠାରୁ ଏବଂ ତାଙ୍କ ଭଡ଼ାଘରରୁ ମୋଟ ୨୧ ଲକ୍ଷ ୮୮ ହଜାର ୬୨୦ ଟଙ୍କା ଜବତ କରିଛି ଭିଜିଲାନ୍ସ। ଜବତ ଟଙ୍କାର କେଉଁଠୁ ଆସିଲା, ସେନେଇ ସନ୍ତୋଷଜନକ ହିସାବ ଦେଇ ନପାରିବାରୁ ଏହି ଟଙ୍କାକୁ ଜବତ କରାଯାଇଛି। ଘଟଣାରେ ସମ୍ପୃକ୍ତ ଯନ୍ତ୍ରୀଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି।