ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ : ବନବିଭାଗ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର, ୨୦/୧୨ : ଜଗତସିଂହପୁର ବନବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି । ଏକାସାଙ୍ଗେ ୫ଟି ସ୍ଥାନରେ ଚାଲିଛି ରେଡ୍ । ଏହି ଚଢାଉରେ ବିଭିନ୍ନ କାଗଜପତ୍ର ଜବତ ହୋଇଥିବା ସୂଚନା ମିଳିଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଜଗତସିଂହପୁର ବନବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଚଢାଉ ହୋଇଛି । ଶନିବାର ସକାଳୁ ସକାଳୁ ଭିଜିଲାନ୍ସର ଏକାଧିକ ଟିମ୍ ପକ୍ଷରୁ ୫ଟି ସ୍ଥାନରେ ଚାଲିଛି ଚଢାଉ । ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ଜଗତସିଂହପୁର ସଦର ଥାନା ଚାଟରା ସ୍ଥିତ ବାସଭବନ ଓ ସରକାରୀ କାର୍ଯ୍ୟାଳୟ ରହିଛି । ତେବେ ଏହି ଚଢାଉରେ ଭିଜିଲାନ୍ସକୁ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମିଳିଥିବା ସୂଚନା ମିଳିଛି ।

Madhukunj