ଆଜିଠୁ ତାତିରୁ ମିଳିବ ତ୍ରାହି

ଭୁବନେଶ୍ୱର,୨୧/୪ : ଆଜିଠୁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିବ। ରାଜ୍ୟରେ ବଦଳିବ ପାଗ। ଖରାର ତାତି କମିବ। ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ରାଜ୍ୟବାସୀଙ୍କୁ ଅସହ୍ୟ ତାତିରୁ ଆଶ୍ୱସ୍ତି ମିଳିବ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୩ରୁ ୪ ଦିନ ଭିତରେ ରାଜ୍ୟରେ କାଳ ବୈଶାଖୀ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଗାମୀ ୩ଦିନ ମଧ୍ୟରେ ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ତଳକୁ ଖସିବା ସମ୍ଭାବନା ରହିଛି । ଏଥିସହ ୨୪ ଘଣ୍ଟା ମଧ୍ୟରେ ଗ୍ରୀଷ୍ମଲହରୀ ପାଇଁ ହୋଇଥିବା ଚେତାବନୀକୁ ପାଣିପାଗ ବିଭାଗ ପକ୍ଷରୁ ହଟାଇ ଦିଆଯାଇଛି।