ଭୁବନେଶ୍ୱର,୨୦/୧୦: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ସୁଦ୍ଧା ଲଘୁଚାପ ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଲଘୁଚାପ ସୃଷ୍ଟି ପରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହା ଅଧିକ ବଳ ଗୋଟାଇ ପୁଣି ଘନୀଭୂତ ହେବ । ୨୩ ତାରିଖ ବେଳକୁ ଏହା ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରଭାଗରେ ଅବପାତ ରୂପ ନେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ବାତ୍ୟା ସୃଷ୍ଟି ନେଇ କୌଣସି ଆଶଙ୍କା ନାହିଁ। ଅବପାତ ସୃଷ୍ଟି ହେବା ପରେ ଏହାର ଦୁଇଟି ସମ୍ଭାବ୍ୟ ଦିଗ ରହିଛି । ଏହା ଦକ୍ଷିଣ ଆନ୍ଧ୍ରପ୍ରଦେଶର ନେଲୋର, ବିଶାଖାପାଟଣା ତଳକୁ ଉପକୂଳ ଛୁଇଁପାରେ । ଆଉ ଗୋଟେ ଦୃଶ୍ୟପଟ ହେଉଛି, ଏହା ପାଖାପାଖି ହେବା ପରେ ଉପକୂଳ ନ ଛୁଇଁ ଆନ୍ଧ୍ର-ଓଡ଼ିଶା ଉପକୂଳ ଦେଇ ପଶ୍ଚିମବଙ୍ଗ ଆଡ଼କୁ ଯାଇପାରେ । ଅବପାତ ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବାର ଆଶଙ୍କା ନାହିଁ । ଏହା କେବଳ ଅବପାତରେ ହିଁ ସୀମିତ ରହିପାରେ । ରାଜ୍ୟରେ ପବନ ବି ହୋଇନପାରେ । ୨୪, ୨୫, ୨୬ ତାରିଖ ତିନି ଦିନ ମଧ୍ୟମରୁ ଭାରୀ ବର୍ଷା ହାଇପାରେ । ୨୪ ତାରିଖରେ ଉପକୂଳ ସଂଲଗ୍ନ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ । ୨୫ ଓ ୨୬ ତାରିଖ ପୂରା ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ୨୭ରେ ଉଊର ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ।
