ଭୁବନେଶ୍ୱର ୧୬/୦୪ : ରବିବାର ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । କାଳବୈଶାଖୀର ପ୍ରଭାବ ଉପକୂଳରୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ସବୁଠି ବର୍ଷା କରାଇବ । ୧୯ ତାରିଖ ଯାଏ ଏଭଳି ସ୍ଥିତି ରହିବ । ପାଣିପାଗ ବିଭାଗ ପୂର୍ବାନୁମାନ ଅନୁଯାୟୀ, ୧୬ ତାରିଖରେ ରାଜ୍ୟର ୧୨ ସ୍ଥାନରେ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ କେନ୍ଦୁଝରରେ ବର୍ଷା ହୋଇପାରେ ।
୧୭ ତାରିଖ ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୧୮ରେ ଉତ୍ତର ଉପକୂଳ ଓଡ଼ିଶା ସହ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ନୂଆପଡ଼ାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୧୯ରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।